ଆଶ୍ରମ ବିଦ୍ୟାଳୟର ନାବାଳିକା ଛାତ୍ରୀ ମୃତ୍ୟୁ ଘଟଣା: ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ଜିଲାପାଳଙ୍କ ଅଫିସ ଘେରାଉ
କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ରାଙ୍ଗାପାରୁ ଆଶ୍ରମ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ରୀ ମୃତପିଲା ଜନ୍ମ ଦେବା ଓ ପରେ ତାଙ୍କର ମୃତ୍ୟୁ ହେବା ଘଟଣାକୁ ନେଇ ଜିଲାରେ ଅସନ୍ତୋଷ ଲାଗିରହିଛି। ପ୍ରକୃତ ଦୋଷୀଙ୍କୁ ପୋଲିସ ତଦନ୍ତ ପରିସର ଭୁକ୍ତ କରୁନାହିଁ। ଦୋଷୀଙ୍କୁ ଘଣ୍ଟ ଘୋଡାଯାଉଛି ବୋଲି ଅଭିଯୋଗ ହୋଇଛି। ତେବେ ତୁରନ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ କନ୍ଧମାଳ ଜିଲା ଭାଜପା ଯୁବ ମୋର୍ଚ୍ଚା […]