ଲଖନପୁର ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ଭିନ୍ନକ୍ଷମ ଚିହ୍ନଟ ଶିବିର
ବରଗଡ଼:-(ସତ୍ୟ ନାରାୟଣ ପ୍ରଧାନ)ଲଖନପୁର ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଠାରେ ଆଜି ଗ୍ରାମ ପଞ୍ଚାୟତ ସ୍ତରୀୟ ଭୀମ ଭୋଇ ଭିନ୍ନକ୍ଷମ ଚିହ୍ନଟ ଶିବିର ଆୟୋଜିତ ହୋଇଯାଇଛି। ସ୍ବାସ୍ଥ୍ୟ କେନ୍ଦ୍ର ର ମେଡିକାଲ ଅଫିସର ଡାକ୍ତର ଦୁର୍ଗା ପ୍ରସାଦ ଦାସ ଙ୍କ ପ୍ରତ୍ୟେକ୍ଷ ତତ୍ବାବଧାନରେ ଆୟୋଜିତ ଉକ୍ତ ଶିବିର ରେ ଦୁଇ ଶହ ଜଣ ଯୋଗ ଦେଇଥିଲେ। ସେଥି ମଧ୍ୟରୁ ୭୫ ଜଣ ଭିନ୍ନକ୍ଷମଙ୍କୁ ଚିହ୍ନଟ କରାଯିବା ସହ ପରିଚୟପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ମଧୁବାବୁ […]