ଶିକ୍ଷା ବିଭାଗର ଅର୍ଥ ଆତ୍ମସାତ ଅଭିଯୋଗ ରେ ପ୍ରଧାନ ଶିକ୍ଷକଙ୍କ ସମେତ ତିନି ଜଣଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ
କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଆଜି ଜଣେ ପ୍ରଧାନ ଶିକ୍ଷକଙ୍କ ସମେତ ତିନିଜଣଙ୍କୁ ୪ ବର୍ଷ ଲେଖାଏଁ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ଦୋଷୀ ମାନଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଜୋରିମାନା କରାଯାଇଛି। ଜୋରିମାନା ଅନାଦେୟ ଅଭିଯୁକ୍ତ ମାନଙ୍କୁ ଅଧିକ ୬ ମାସ ଜେଲ ଭୋଗିବାକୁ ପଡିବ ବୋଲି ଅଦାଲତ ତାଙ୍କ ରାୟରେ ସ୍ପଷ୍ଟ କରିଛନ୍ତି। ଅଭିଯୁକ୍ତ ମାନେ ହେଲେ ଖଜୁରୀପଡା ବ୍ଲକ ଘାଟିତଳ ନୂତନ […]