ବସ୍ ଧକ୍କାରେ ଦୁଇ ସ୍କୁଟି ଆରୋହୀ ମୃତ
ପାଲଲହଡ଼ା : ଅନୁଗୋଳ ଜିଲ୍ଲା ପାଲଲହଡ଼ା ବ୍ଲକ୍ ଭୀମକୁଣ୍ଡ ଛକ ନିକଟରେ ବସ୍ ଧକ୍କାରେ ଦୁଇ ଜଣ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ଆଜି ସକାଳେ ବିଜୟା ନାମକ ଏକ ବସ୍ ତାଳଚେରରୁ ପାଲହଡ଼ା ଆସୁଥିବା ବେଳେ ବିପରୀତ ଦିଗରୁ ଆସୁଥିବା ସ୍କୁଟିକୁ ମୁହାଁମୁହିଁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ପୁଲିସ୍ ମୃତଦେହକୁ ଉଦ୍ଧାର କରି ପାଲଲହଡ଼ା ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏଥିସହ ଘଟଣାର ତଦନ୍ତ ଆରମ୍ଭ କରିଛି।
Odia 







































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































